ଦେଶରେ ଦିନକରେ ୫୨ହଜାର ସଂକ୍ରମିତ ଚିହ୍ନଟ, ସଂକ୍ରମିତ ସଂଖ୍ୟା ୧୫ଲକ୍ଷ ପାର୍

ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ୧୫ଲକ୍ଷ ଟପିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଦିନକରେ ୫୨ହଜାର ୧୨୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୭୭୫ଜଣଙ୍କ ମୃତ୍ୟୁ ହୋଇଛି। ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫ଲକ୍ଷ ୮୩ହଜାର ୭୯୨ ଥିବା ବେଳେ ସୁସ୍ଥ ହେଲେଣି ୧୦ଲକ୍ଷ ୨୦ହଜାର ୫୮୨, ଆକ୍ଟିଭ୍ କେସ୍ ରହିଛି ୫ଲକ୍ଷ ୨୮ହଜାର ୨୪୨ ।

୧୦ ଲକ୍ଷରୁ ଅଧିକ ସୁସ୍ଥ ହୋଇଛନ୍ତି

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଭାରତରେ ଏପର୍ଯ୍ୟନ୍ତ ୧୫ ଲକ୍ଷ ୮୩ ହଜାର ୭୯୨ ଲୋକ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏଥିମଧ୍ୟରୁ ୩୪,୯୬୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଲକ୍ଷ ୨୦ ହଜାର ୫୮୨ ଜଣ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି। ପାଞ୍ଚ ଲକ୍ଷ ୨୮ ହଜାର ଲୋକ ବିଭିନ୍ନ କୋଭିଡ଼ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅର୍ଥାତ୍ ଦେଶରେ ୩୩.୩୫% ସକ୍ରିୟ ମାମଲା ରହିଛି, ୬୪.୪୩% ଚିକିତ୍ସା ପରେ ଆରୋଗ୍ୟ ଲାଭ କରିଛନ୍ତି ଏବଂ ୨.୨୦% ଲୋକ ପ୍ରାଣ ହରାଇଛନ୍ତି।

କରୋନା ସଂକ୍ରମଣ ସଂଖ୍ୟା ଅନୁଯାୟୀ ଭାରତ ବିଶ୍ୱର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ । ଆମେରିକା ବ୍ରାଜିଲ ପରେ କରୋନା ମହାମାରୀ ଦ୍ୱାରା ସର୍ବାଧିକ ପ୍ରଭାବିତ ଦେଶ ଭାରତ  । କିନ୍ତୁ ଯଦି ଆମେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ସଂକ୍ରମିତ ରୋଗ ଏବଂ ମୃତ୍ୟୁହାର ବିଷୟରେ କହିବା, ତେବେ ଅନ୍ୟ ଦେଶ ତୁଳନାରେ ଭାରତ ବହୁତ ଭଲ ସ୍ଥିତିରେ ରହିଛି । ଭାରତ ତୁଳନାରେ ଅଧିକ ମାମଲା ଆମେରିକାରେ ରହିଛି  । ଆମେରିକାରେ ୪,୫୬୮,୦୩୭ ଜଣ କୋରନା ଆକ୍ରାନ୍ତ ହୋଇଥିବା ବେଳେ ବ୍ରାଜିଲରେ 2,555,518 ୨,୫୫୫,୫୧୮ଜଣ ଚିହ୍ନଟ ହୋଇଛନ୍ତି । ତେବେ କରୋନା ସଂକ୍ରମଣ ବ୍ୟାପିବା ବ୍ୟାପିବା ଦୃଷ୍ଟିରୁ ଭାରତ ଦୁନିଆର ଦ୍ୱିତୀୟ ସ୍ଥାନରେ ରହିଛି ।

କରୋନାରେ ପ୍ରଭାଭିତ ଟପ୍ ୫ ରାଜ୍ୟ

ମହାରାଷ୍ଟ୍ରରୁ ସର୍ବାଧିକ ୪ଲକ୍ଷ ୬୫୦କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୪ହଜାର ୪୬୩ଜଣଙ୍କ ମୃତ୍ୟୁ ହୋଇଛି । ତାମିଲନାଡୁରେ ୨ଲକ୍ଷ ୩୪ହଜାର ୧୧୪ ଆକ୍ରାନ୍ତ ହୋଇଥିବା ବେଳେ ୩ହଜାର ୭୪୧ଜଣଙ୍କ ମୃତ୍ୟୁ ହୋଇଛି । ଦିଲ୍ଲୀରେ ଲକ୍ଷେ ୩୩ହଜାର ୩୧୦ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ୩ହଜାର ୯୦୭ଜଣଙ୍କ ମୃତ୍ୟୁ ହୋଇଛି । ଆନ୍ଧ୍ରପ୍ରଦେଶରେ ଲକ୍ଷେ ୨୦ହଜାର ୩୯୦ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୨ଶହ ୧୩ଜଣହ୍କ ମୃତ୍ୟୁ ହୋଇଛି । କର୍ଣ୍ଣାଟକରେ ଲକ୍ଷେ ୧୨ହଜାର ୫୦୪ଜଣ ଆକ୍ରାନ୍ତ ହୋଇଥିବା ବେଳେ ୨୧ଶହ ୪୭ଜଣଙ୍କ ମୃତ୍ୟୁ ହେଲାଣି । ୟୁପିରେ ୭୭ହଜାରୁ  ଅଧିକ ଆକ୍ରାନ୍ତ ହୋଇଥିବା ବେଳେ ପଶ୍ଚିମବଙ୍ଗରେ ୬୫ହଜାରରୁ ଅଧିକ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି ।

Leave a Reply