ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୨ ଲକ୍ଷ ୫୫ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
1 min readନୂଆଦିଲ୍ଲୀ: ଦେଶରେ ଖସୁଛି କରୋନା ସଂକ୍ରମଣ । ଦେଶରେ ତିନି ଲକ୍ଷ ତଳେ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୫ ହଜାର ୮୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲିଠାରୁ ଏହି ସଂଖ୍ୟା ୫୦ ହଜାର ୧୯୦ କମ୍ ରହିଛି । ଦେଶରେ ବର୍ତ୍ତମାନ ଦୈନିକ ପଜିଟିଭ ହାର ୧୫.୫୨ ପ୍ରତିଶତ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୬୧୪ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।
India reports less than 3 lakh COVID cases- 2,55,874 new cases (50,190 less than yesterday), 614 deaths and 2,67,753 recoveries in the last 24 hours
Active case: 22,36,842
Daily positivity rate: 15.52% pic.twitter.com/IW8LijHuru— ANI (@ANI) January 25, 2022
ଦେଶରେ ସୋମବାର ୩ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କିନ୍ତୁ ଆଜି ଏହି ସଂଖ୍ୟାରେ ହ୍ରାସ ପାଇଛି । ଆଜି ଦେଶରେ ୨ ଲକ୍ଷ ୫୫ ହଜାର ୮୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ କଥା ଯଦି କହିବା ତାହାଲେ ବର୍ତ୍ତମାନ ଆକ୍ଟିଭ୍ କେସ୍ ସଂଖ୍ୟା ୨୨ ଲକ୍ଷ ୩୬ ହଜାର ୮୪୨ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୬୭ ହଜାର ୭୫୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।