ଦେଶରେ କମୁଛି ସଂକ୍ରମଣ, ବଢ଼ୁଛି ମୃତ୍ୟୁ, ୨୪ ଘଣ୍ଟାରେ ୧ ହଜାର ୦୫୯ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା
1 min readନୂଆଦିଲ୍ଲୀ: ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଦୁଇ ଲକ୍ଷ ତଳେ ରହିଛି ଦୈନିକ ସଂକ୍ରମଣ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୨୭ ହଜାର ୯୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ୧ହଜାର ୦୫୯ ଜଣଙ୍କ ଜୀବନ ନେଇଛି କିଲର ଭାଇରସ୍ । ଦେଶରେ ବର୍ତ୍ତମାନ ଦୈନିକ ପଜିଟିଭ ରେଟ୍ ୭.୯୮ ପ୍ରତିଶତ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୩୦ ହଜାର ୮୧୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
India reports 1,27,952 fresh #COVID19 cases, 2,30,814 recoveries, and 1059 deaths in the last 24 hours.
Active cases: 13,31,648
Death toll: 5,01,114
Daily positivity rate: 7.98%Total vaccination: 1,68,98,17,199 pic.twitter.com/HAWlsyMnp0
— ANI (@ANI) February 5, 2022
ଦେଶରେ ଶୁକ୍ରବାର ୧ ଲକ୍ଷ ୪୯ ହଜାର ୩୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କିନ୍ତୁ ଆଜି ଏହି ସଂଖ୍ୟାରେ ହ୍ରାସ ପାଇଛି । ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୨୭ ହଜାର ୯୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ କଥା ଯଦି କହିବା ତାହାଲେ ବର୍ତ୍ତମାନ ଭାରତରେ ଆକ୍ଟିଭ୍ କେସ୍ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୬୪୮ ରହିଛି ।