ଦେଶରେ ଖସୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୧ ଲକ୍ଷ ୪୯ ହଜାର ୩୯୪ ଆକ୍ରାନ୍ତ ଚିହ୍ନଟ
1 min readନୂଆଦିଲ୍ଲୀ: ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଦୁଇ ଲକ୍ଷ ତଳେ ରହିଛି ଦୈନିକ ସଂକ୍ରମଣ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୪୯ ହଜାର ୩୯୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ୧ହଜାର ୦୭୨ ଜଣଙ୍କ ଜୀବନ ନେଇଛି କିଲର ଭାଇରସ୍ । ଦେଶରେ ବର୍ତ୍ତମାନ ଦୈନିକ ପଜିଟିଭ ରେଟ୍ ୯.୨୭ ପ୍ରତିଶତ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୨ଲକ୍ଷ ୪୬ହଜାର ୬୭୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
India reports 1,49,394 fresh COVID cases (13% lower than yesterday), 2,46,674 recoveries, and 1072 deaths in the last 24 hours
Active cases: 14,35,569
Death toll: 5,00,055
Daily positivity rate: 9.27%Total vaccination: 168.47 crore pic.twitter.com/lOiJUwbueG
— ANI (@ANI) February 4, 2022
ଦେଶରେ ଗୁରୁବାର ୧ ଲକ୍ଷ ୭୨ ହଜାର ୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କିନ୍ତୁ ଆଜି ଏହି ସଂଖ୍ୟାରେ ହ୍ରାସ ପାଇଛି । ୨୪ ଘଣ୍ଟାରେ ରାଜ୍ୟରେ ୧ ଲକ୍ଷ ୪୯ ହଜାର ୩୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ କଥା ଯଦି କହିବା ତାହାଲେ ବର୍ତ୍ତମାନ ଭାରତରେ ଆକ୍ଟିଭ୍ କେସ୍ ସଂଖ୍ୟା ୧୪ ଲକ୍ଷ ୩୫ ହଜାର ୫୬୯ ରହିଛି ।