ଦେଶରେ ବେକାବୁ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୩ ଲକ୍ଷ ୩୭ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
1 min readନୂଆଦିଲ୍ଲୀ: ଦେଶରେ ଉପରମୁହାଁ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୩୭ ହଜାର ୭୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲିଠାରୁ ଆଜିର ସଂକ୍ରମଣ ସଂଖ୍ୟା ୯ ହଜାର ୫୫୦ କମ୍ ରହିଛି । ଦୈନିକ ପଜିଟିଭ ହାର ୧୭.୨୨ ପ୍ରତିଶତ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୪୮୮ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଯଦି ଓମିକ୍ରନ ଆକ୍ରାନ୍ତଙ୍କ କଥା କହିବା ତାହାଲେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୦୫୦ରେ ପହଞ୍ଚିଛି ।
India reports 3,37,704 new COVID cases (9,550 less than yesterday), 488 deaths, and 2,42,676 recoveries in the last 24 hours
Active case: 21,13,365
Daily positivity rate: 17.22%10,050 total Omicron cases detected so far; an increase of 3.69% since yesterday pic.twitter.com/sZburym82e
— ANI (@ANI) January 22, 2022
ଦେଶରେ ଶୁକ୍ରବାର ୩ ଲକ୍ଷ ୪୭ ହଜାର ୨୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କିନ୍ତୁ ଆଜି ଏହି ସଂଖ୍ୟାରେ ହ୍ରାସ ପାଇଛି । ଆଜି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୭୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ କଥା ଯଦି କହିବା ତାହାଲେ ବର୍ତ୍ତମାନ ଆକ୍ଟିଭ୍ କେସ୍ ସଂଖ୍ୟା ୨୧ ଲକ୍ଷ ୧୩ ହଜାର ୩୬୫ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୪୨ ହଜାର ୬୭୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।