୩ ଲକ୍ଷ ପାର କଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୭ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

1 min read

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ କରୋନା ସଂକ୍ରମଣ । ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ପାର କରିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୭ ହଜାର ୫୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ୪୯୧ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଦୈନିକ ପଜିଟିଭ ରେଟ୍ ୧୬.୪୧ ପ୍ରତିଶତ ରହିଛି । ଯଦି ଓମିକ୍ରନ ଆକ୍ରାନ୍ତଙ୍କ କଥା କହିବା ତାହାଲେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ୨୮୭ରେ ପହଞ୍ଚିଛି ।

ଦେଶରେ ବୁଧବାର ୨ ଲକ୍ଷ ୮୨ ହଜାର ୯୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କିନ୍ତୁ ଆଜି ଏହି ସଂଖ୍ୟା ବୃଦ୍ଧି ପାଇ ୩ ଲକ୍ଷ ୧୭ ହଜାର ୫୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ କଥା ଯଦି କହିବା ତାହାଲେ ବର୍ତ୍ତମାନ ଆକ୍ଟିଭ୍ କେସ୍ ସଂଖ୍ୟା ୧୯ ଲକ୍ଷ ୨୪ ହଜାର ୦୫୧ରେ ପହଞ୍ଚିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୨୩ ହଜାର ୯୯୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Leave a Reply