ଆଜି ଦେଶ ପାଳୁଛି ଗାନ୍ଧୀ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
1 min readନୂଆଦିଲ୍ଲୀ: ଆଜି ହେଉଛି ଜାତିର ପିତା ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇରେଜ ସରାକରଙ୍କୁ ତଡ଼ି ସ୍ୱାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ ।
ତାଙ୍କ ନେତୃତ୍ୱରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା। ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଆଜିର ଦିନରେ ଅକ୍ଟୋବର ୨ତାରିଖ ୧୯୦୪ ମସିହାରେ ଜନ୍ମଗ୍ରହଣ କରିଥିଲେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଏହି ଦୁଇ ମହାପୁରୁଷଙ୍କୁ ଜନ୍ମ ଜୟନ୍ତୀରେ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଉଛି ଭାରତ।
पूर्व प्रधानमंत्री लाल बहादुर शास्त्री जी को उनकी जयंती पर शत-शत नमन। मूल्यों और सिद्धांतों पर आधारित उनका जीवन देशवासियों के लिए हमेशा प्रेरणास्रोत बना रहेगा।
— Narendra Modi (@narendramodi) October 2, 2021
राष्ट्रपिता महात्मा गांधी को उनकी जन्म-जयंती पर विनम्र श्रद्धांजलि। पूज्य बापू का जीवन और आदर्श देश की हर पीढ़ी को कर्तव्य पथ पर चलने के लिए प्रेरित करता रहेगा।
I bow to respected Bapu on Gandhi Jayanti. His noble principles are globally relevant and give strength to millions.
— Narendra Modi (@narendramodi) October 2, 2021
ଏହି ଅବସରରେ ଦୁଇ ମହାନ ବ୍ୟକ୍ତିତ୍ୱଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
Tributes to father of the nation, #MahatmaGandhi on his birth anniversary. On this occasion, let's reaffirm our commitment to nurture and spread his immortal ideals of Ahimsa among people while creating a new order in path of peace and non-violence. pic.twitter.com/UFIFhr9e9D
— Naveen Patnaik (@Naveen_Odisha) October 2, 2021