ଦେଶରେ ବଢୁଛି କରୋନା ସଂକ୍ରମଣ; ଦିନକରେ ୩ ଲକ୍ଷ ୪୮ ହଜାର ୪୨୧ ପଜିଟିଭ

1 min read

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ଗତିରେ ମାଡ଼ି ଚାଲିଛି ସଂକ୍ରମଣର ଦ୍ବିତୀୟ ଲହରି। ଗତ ୨୪ ଘଣ୍ଟାରେ ଭାରତରେ ଚିହ୍ନଟ ହୋଇଛନ୍ତି ଆଉ ୩ ଲକ୍ଷ ୪୮ ହଜାର ୪୨୧ ପଜିଟିଭ। କରୋନାରେ ଆଉ ୪ ହଜାର ୨୦୫ ଜଣଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦିନକରେ ସୁସ୍ଥ ହୋଇଛନ୍ତି ଆଉ ୩ ଲକ୍ଷ ୫୫ ହଜାର ୩୩୮ ସଂକ୍ରମିତ । ଏନେଇ ଟ୍ବିଟ କରି ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୩ ଲକ୍ଷ ୪୦ ହଜାର ୯୩୮ରେ ପହଞ୍ଚିଛି ।

ଏବେ ସୁଦ୍ଧା ମୋଟ ୧ କୋଟି ୯୩ ଲକ୍ଷ ୮୨ ହଜାର ୬୪୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୫୪ ହଜାର ୧୯୭ରେ ପହଞ୍ଚିଛି । ଏବେବି ସାରା ଦେଶରେ ୩୭ ଲକ୍ଷ ୦୪ ହଜାର ୦୯୯ ସକ୍ରିୟ ମାମଲା ରହିଛି।

ସେହିପରି ଆଜି ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ମାମଲା ୧୦ ହଜାର ଟପିଛି । ଆଜି ଗୋଟିଏ ଦିନରେ ରାଜ୍ୟରୁ ୧୦ ହଜାର ୯୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୫୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a Reply