spot_img

Latest Posts

ଆଜି ଭାରତ-ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ପ୍ରଥମ ଦିନିକିଆ, ବିଜୟ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ଭାରତ

ନୂଆଦିଲ୍ଲୀ: ଆଜି ଭାରତ-ୱେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ । ଅପରାଜେୟ ଧାରା ବଜାୟ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ । ଟେଷ୍ଟ ଶୃଙ୍ଖଳାକୁ ଜିତିବା ପରେ ଭାରତୀୟ ଦଳ ୱେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଆଜିଠାରୁ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଶୃଙ୍ଖଳା ଖେଳିବ। ଉଭୟ ଦଳଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଶୃଙ୍ଖଳାରେ ୨୦୦୬ ମସିହା ପରଠୁ ଭାରତ କେବେ ବି ପରାଜିତ ହୋଇନଥିବାରୁ ରୋହିତ ଶର୍ମାଙ୍କ ଦଳ ଏହି ଧାରା ବଜାୟ ରଖିବାକୁ ଲକ୍ଷ୍ୟ ରଖିଛି । ଦିନିକିଆ ଶୃଙ୍ଖଳାର ପ୍ରଥମ ଦୁଇ ମ୍ୟାଚ୍‌ ବାର୍ବାଡୋସ୍‌ରେ ଏବଂ ଶେଷ ମ୍ୟାଚ୍‌ ତ୍ରିନିଦାଦରେ ଖେଳାଯିବ। ସମସ୍ତ ମ୍ୟାଚ୍‌ ସନ୍ଧ୍ୟା ୭ଟା ରେ ଆରମ୍ଭ ହେବ। ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ଭାରତ ୧-୦ ରେ ଜିତିବା ପରେ ଦିନିକିଆରେ ଭାରତ କ୍ଲିନ୍ ସ୍ୱିପ୍ କରିବାକୁ ଲକ୍ଷ୍ୟ ରଖିଛି । ବିରାଟ, ରୋହିତ ଟେଷ୍ଟରେ ଶତକ ହାସଲ କରି ଭଲ ଫର୍ମରେ ଥିବା ବେଳେ ସୂର୍ଯ୍ୟକୁମାର, ଇଶାନ କିସନ୍ ଓ ଚହଲଙ୍କ ଉପରେ ସମସ୍ତଙ୍କ ନଜର ରହିବ ।

Latest Posts

Don't Miss