spot_img

Latest Posts

ଭାରତୀୟ ନୌସେନାରେ ସାମିଲ ହେବ ସାଇଲେଣ୍ଟ କିଲର, ଶତ୍ରୁଙ୍କୁ ଦେବ ଚକମା

ନୂଆଦିଲ୍ଲୀ: ଶତ୍ରୁ ରାଷ୍ଟ୍ର ବିରୋଧରେ ଭାରତର ସମରସଜ୍ଜା। ଆଜି ଭାରତୀୟ ନୌସେନାରେ ସାମିଲ ହେବ ବାହୁବଳୀ। ଫିପଥ୍ ଡିଜେଲ ଇଲେକ୍ଟ୍ରିକ ସ୍କର୍ପିନ ଆଇଏନଏସ ବାଗିର ନୌସେନାର ସାମିଲ ହେବା ଲାଗି ଶେଷ ହୋଇଛି ସମସ୍ତ ପ୍ରସ୍ତୁତି।

ଆଣ୍ଟି ସରଫେସ ଓ୍ବାରଫେର, ଆଣ୍ଟିସବମେରିନ ଓ୍ବାରଫେର, ଇଣ୍ଟେଲିଜେନସି ଗ୍ୟାଦରିଂ, ସର୍ଭେଲାନ୍ସ ମିସନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଛି ଆଇଏନଏସ ବାଗିର । କାଲଭାରି ଶ୍ରେଣୀର ଏହି ସବମେରିନ ମଧ୍ୟରୁ ଆଇଏନଏସ କାଲଭାରି, ଆଇଏନଏସ କରଞ୍ଜ, ଆଇଏନଏସ ବେଳା ଭାରତୀୟ ନୌସେନାରେ ସାମିଲ ହୋଇସାରିଛି। ସୀମା ବିବାଦ ମଧ୍ୟରେ ଉଭୟ ବାୟୁସେନା ଓ ନୌସେନା ନିଜକୁ କରୁଛନ୍ତି ଶକ୍ତିଶାଳୀ ।

Latest Posts

Don't Miss