ବାଲୁକାକଳାରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲାଇଫ ଟାଇମ ଆଚିଭମେଣ୍ଟ ଆଓ୍ବାର୍ଡ ପାଇବା ପରେ ବାଲୁକା କଳାରେ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୨୫ବର୍ଷ ଧରି ନିରବଚ୍ଛିନ୍ନ ଭାବେ ନିଜକୁ ଜନସେବାରେ ନିୟୋଜିତ କରିଥିବା ମୁଖ୍ୟମନ୍ତ୍ରୀଙ୍କୁ ଆଜି କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ଲାଇଫ ଟାଇମ୍ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯାଇଛି । ଓଡିଶାବାସୀଙ୍କ ଆଶା, ବିଶ୍ବାସ ଓ ଭରସାର ପ୍ରତୀକ ସାଜିଛନ୍ତି ନବୀନ । ତେଣୁ ପୁରୀ ବ୍ଲୁ ଫ୍ଲାଗ ବିଚରେ ସୁନ୍ଦର ବାଲୁକା କଳାକୃତି ନିର୍ମାଣ କରି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ।