ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରି ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଅବସରରେ ତାଙ୍କୁ ଭୁବନେଶ୍ୱର ଏୟାରପୋର୍ଟରେ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ୱିଟ୍ ଯୋଗେ ସେ ଜଣାଇଛନ୍ତି ଯେ, ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ତାଙ୍କ ପାଇଁ ଆନନ୍ଦର କଥା । ଏବଂ ମହାମହିମଙ୍କ ଐତିହ୍ୟ ସହର ପୁରୀଗସ୍ତ ନେଇ ମଧ୍ୟ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଯୋଗ୍ୟ ଯେ, ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆଜି ଭୁବନେଶ୍ୱରର ଆସି ପହଞ୍ଚିଥିଲେ ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ପ୍ରମୁଖ ସ୍ୱାଗତ ଜଣାଇଥିଲେ । ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଅଭିମୁଖେ ଯାଇଥିଲେ ରାଷ୍ଟ୍ରପତି । ତାଳବଣିଆ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବା ପରେ ସେ କିଛି ସମୟ ପାଇଁ ପୁରୀ ରାଜଭବନରେ ବିଶ୍ରାମ ନେଇଥିଲେ  । ଏହା ପରେ ନିର୍ଦ୍ଧାରିତ ସମୟରେ ଶ୍ରୀମନ୍ଦିର ଅଭିମୁଖେ ବାହାରିଥିଲା ରାଷ୍ଟ୍ରପତିଙ୍କ କାରକେଡ । ଏହା ପରେ ସପତ୍ନୀକ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିଥିଲେ ରାଷ୍ଟ୍ରପତି ।

ଆସନ୍ତାକାଲି ସକାଳେ ରାଷ୍ଟ୍ରପତି ଗୌଡ଼ିୟ ମଠକୁ ଯାଇ ଆଳତୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ୧୫ ମିନିଟ୍ ରହିବେ । ପରେ ଶରଧାବାଲି ଯାଇ ଦିନ ୧୧ଟାରୁ ୧୨ଟା ପର୍ଯ୍ୟନ୍ତ ଏକ ଘଣ୍ଟା ବିଶ୍ୱ ବୈଷ୍ଣବ ସାଧୁ ସମ୍ମିଳନୀରେ ଯୋଗଦେବେ ।

Leave a Reply