ଆଜି ମିଳିବନି ଜଗା ଦର୍ଶନ, ସିଂହଦ୍ୱାର ଓ ଚତୁଃପାର୍ଶ୍ୱରେ ୧୪୪ ଧାରା ଜାରି

ପୁରୀ : ଆଜି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଜଗା ଦର୍ଶନ ବନ୍ଦ। ଦୀପାବଳି ଅବସରରେ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ଏହା ସହିତ ସିଂହଦ୍ୱାର ଓ ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗି ହୋଇଛି।

ଆଜି ପ୍ରାତଃ ୪ ଘଟିକା ସମୟରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ଧାରା ୧୪୪ ବଳବତ୍ତର ରହିବ। ବଡ଼ବଡ଼ୁଆ ଡାକ ପାଇଁ କାଉଁରିଆ କାଠି ଜାଳିବା ବେଳେ ପ୍ରବଳ ଜନ ସମାଗମ ହେବା, ପ୍ରଦୂଷଣ ମାତ୍ରା ବୃଦ୍ଧି ଓ କୋଭିଡ କଟକଣା ଉଲ୍ଲଘଂନ ହେବାର ଆଶଙ୍କା ଥିବାରୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ଉପଜିଲ୍ଲାପାଳ ଭବତାରଣ ସାହୁ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି ।

Leave a Reply