ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ‘ଦୋଷୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ’
1 min readଭୁବନେଶ୍ୱର: ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକମାନଙ୍କୁ ଆକ୍ରମଣ ଘଟଣାକୁ ସମସ୍ତେ ନିନ୍ଦା ପ୍ରକଟ କରୁଛନ୍ତି । ରାଜ୍ୟର ଅନେକ ବରିଷ୍ଠ ସାମ୍ବାଦିକ ମଧ୍ୟ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ନିନ୍ଦା କରିଛନ୍ତି । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।
ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭଳି ଆଜି ମଧ୍ୟ ଅନେକ ସ୍ଥାନରେ ହିଂସା ଏବଂ ସାମ୍ବାଦିକ ଭାଇଙ୍କ ଉପରେ ଆକ୍ରମଣ ହୋଇଥିବା ଦେଖାଯାଇଛି । ବିଶେଷତଃ ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକଙ୍କ ଉପରେ ଅମାନୁଷିକ ଆକ୍ରମଣର ଦୃଶ୍ୟ ମୋତେ ବ୍ୟଥିତ କରିଛି ।
— Dharmendra Pradhan (मोदी का परिवार) (@dpradhanbjp) February 20, 2022
ସାମ୍ବାଦିକଙ୍କ ଉପରେ ହୋଇଥିବା ମରାଣାନ୍ତକ ଆକ୍ରମଣ ଘଟଣାର ଦୃଢ଼ ନିନ୍ଦା କରିଛନ୍ତି ପ୍ରଣବ ପ୍ରକାଶ ଦାସ । ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଏପରି କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି କହିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ କହିଛନ୍ତି, ଗଣତନ୍ତ୍ରରେ ହିଂସା ଗ୍ରହଣୀୟ ନୁହଁ। ସାମ୍ବାଦିକମାନଙ୍କ ଉପରେ ଆକ୍ରମଣକୁ ମୁଁ ନିନ୍ଦା କରୁଛି । ଦୋଷୀ ନିଶ୍ଚୟ ଦଣ୍ଡ ପାଇବ ।
ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକମାନଙ୍କୁ ହୋଇଥିବା ଆକ୍ରମଣ ଘଟଣାର ଦୃଢ଼ ନିନ୍ଦା କରୁଛି। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଏପରି କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।
— Pranab Prakash Das (@pranabpdas) February 20, 2022
ଗଣତନ୍ତ୍ରରେ ହିଂସା ଗ୍ରହଣୀୟ ନୁହଁ। ସାମ୍ବାଦିକମାନଙ୍କ ଉପରେ ଆକ୍ରମଣକୁ ମୁଁ ନିନ୍ଦା କରୁଛି । ଦୋଷୀ ନିଶ୍ଚୟ ଦଣ୍ଡ ପାଇବ ।
— Manas Mangaraj (@manasrmangaraj) February 20, 2022
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧନ କହିଛନ୍ତି, ଲୋକଙ୍କ ସମସ୍ୟା ଓ ନିର୍ବାଚନ ସହ ଜଡ଼ିତ ଖବର ସଂଗ୍ରହ କରୁଥିବା ସାମ୍ବାଦିକ ଭାଇ ମାନଙ୍କ ଉପରେ ହେଉଥିବା ବାରମ୍ବାର ଆକ୍ରମଣ ଘଟଣା ଗ୍ରହଣୀୟ ନୁହେଁ । ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ । ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ, ଯାହା ଦୁଃଖ ଓ ପରିତାପର ବିଷୟ । ରାଜନୀତିରେ ବାଦବିବାଦ ରୁହେ କିନ୍ତୁ ହିଂସାର ସ୍ଥାନ ନାହିଁ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।