ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ‘ଦୋଷୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ’

1 min read

ଭୁବନେଶ୍ୱର: ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକମାନଙ୍କୁ ଆକ୍ରମଣ ଘଟଣାକୁ ସମସ୍ତେ ନିନ୍ଦା ପ୍ରକଟ କରୁଛନ୍ତି  । ରାଜ୍ୟର ଅନେକ ବରିଷ୍ଠ ସାମ୍ବାଦିକ ମଧ୍ୟ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି  । ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ  ଏବଂ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ନିନ୍ଦା କରିଛନ୍ତି  । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି  ।

ସାମ୍ବାଦିକଙ୍କ ଉପରେ ହୋଇଥିବା ମରାଣାନ୍ତକ ଆକ୍ରମଣ ଘଟଣାର ଦୃଢ଼ ନିନ୍ଦା କରିଛନ୍ତି ପ୍ରଣବ ପ୍ରକାଶ ଦାସ । ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଏପରି କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି କହିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ କହିଛନ୍ତି, ଗଣତନ୍ତ୍ରରେ ହିଂସା ଗ୍ରହଣୀୟ ନୁହଁ। ସାମ୍ବାଦିକମାନଙ୍କ ଉପରେ ଆକ୍ରମଣକୁ ମୁଁ ନିନ୍ଦା କରୁଛି । ଦୋଷୀ ନିଶ୍ଚୟ ଦଣ୍ଡ ପାଇବ ।

 

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧନ କହିଛନ୍ତି, ଲୋକଙ୍କ ସମସ୍ୟା ଓ ନିର୍ବାଚନ ସହ ଜଡ଼ିତ ଖବର ସଂଗ୍ରହ କରୁଥିବା ସାମ୍ବାଦିକ ଭାଇ ମାନଙ୍କ ଉପରେ ହେଉଥିବା ବାରମ୍ବାର ଆକ୍ରମଣ ଘଟଣା ଗ୍ରହଣୀୟ ନୁହେଁ  । ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ । ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ, ଯାହା ଦୁଃଖ ଓ ପରିତାପର ବିଷୟ । ରାଜନୀତିରେ ବାଦବିବାଦ ରୁହେ କିନ୍ତୁ ହିଂସାର ସ୍ଥାନ ନାହିଁ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ  ।

 

Leave a Reply