spot_img

Latest Posts

ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ

କଟକ: ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ଦେହାନ୍ତ । ୯୫ ବର୍ଷ ବୟସରେ କଟକର ଏସସିବି ମେଡିକାଲରେ ପରେଲାକ । ନିମୋନିଆ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ବ୍ରେନ୍ ଷ୍ଟୋକ ହେବାରୁ ମୃତ୍ୟୁ ହୋଇଥିବା ସୂଚନା । କିଛି ଦିନ ହେଲା ଏସସିବିର ଆସିୟୁରେ ରଖାଯାଇ ତାଙ୍କର ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଂଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା । ଅଗଷ୍ଟ ୪ ତାରିଖରେ ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡିବାରୁ କଟକ ବଡ ମେଡିକାଲକୁ ଅଣାଯାଇଥିଲା । ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁଥିବା ବେଳେ ହଠାତ ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଥିଲା । ଆଜି ତାଙ୍କର ପରଲୋକ ହୋଇଥିବାବେଳେ ଖେଳି ଯାଇଛି ଶୋକର ଛାୟା ।

ଜୟନ୍ତ୍ର ମହାପାତ୍ର ୧୯୨୮ ଅକ୍ଟୋବର ୨୨ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ସେ କଟକସ୍ଥିତ ଷ୍ଟିୱାର୍ଟ ସ୍କୁଲରେ ପାଠ ପଢ଼ିଥିଲେ। ବିହାରର ପାଟଣା ବିଶ୍ବବିଦ୍ୟାଳୟରେ ସେ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୪୯ ମସିହା ଠାରୁ ରାଜ୍ୟ ସରକାରଙ୍କ ବିଭିନ୍ନ କଲେଜ (ସମ୍ବଲପୁରସ୍ଥିତ ଗଂଗାଧର ମେହେର କଲେଜ, ଭୁବନେଶ୍ବରସ୍ଥିତ ବିଜେବି କଲେଜ, ବାଲେଶ୍ବରସ୍ଥିତ ଫକୀର ମୋହନ କଲେଜ ଓ କଟକସ୍ଥିତ ରେଭେନ୍ସା କଲେଜ)ରେ ପଦାର୍ଥ ବିଜ୍ଞାନ ଅଧ୍ୟାପକ ଥିଲେ। ୧୯୮୬ ମସିହାରେ ସେ ବର୍ତ୍ତମାନର ରେଭେନ୍ସା ବିଶ୍ବବିଦ୍ୟାଳୟରୁ ଅବସର ନେଇଥିଲେ। ୧୯୬୦ ମସିହା ପରେ ସେ ଲେଖକ ଜୀବନ ଆରମ୍ଭ କରିଥିଲେ। ଇଂରାଜୀ ସାହିତ୍ୟରେ ତାଙ୍କର ଭଲ ଦକ୍ଷତା ଥିଲା। ଇଂରାଜୀ କବିତା ପାଇଁ ସେ ପ୍ରଥମ ଭାରତୀୟ ଭାବେ ‌ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣ କରିଥିଲେ। ୨୦୦‌୯ରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ଉପାଧୀ ପ୍ରଦାନ କରିଥିଲେ।

Latest Posts

Don't Miss