ତାତିରେ ଜଳୁଛି ସାରା ଓଡ଼ିଶା, ଦିନ ସାଢ଼େ ୨ଟା ସୁଦ୍ଧା ଝାରସୁଗୁଡ଼ା ଉତ୍ତପ୍ତ ସହର

ଝାରସୁଗୁଡ଼ା: ତାତିରେ ଜଳୁଛି ସାରା ଓଡ଼ିଶା । ଅସହ୍ୟ ଗୁଳୁଗୁଳିରେ ଆଉଟୁ ପାଉଟୁ ସାରା ରାଜ୍ୟ । ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଝାରସୁଗୁଡ଼ାରେ ତାପମାତ୍ରା ୪୩.୨ ଡ଼ିଗ୍ରୀ ରେକର୍ଡ ହୋଇଛି । ସେହିପରି ସମ୍ବଲପୁରରେ ୪୨.୮ ଡିଗ୍ରୀ, ଭୁବନେଶ୍ୱରରେ ୪୧.୮ ଡିଗ୍ରୀ, ହୀରାକୁଦରେ ୪୧.୬ ଡିଗ୍ରୀ, ଚାନ୍ଦବାଲି ୪୦.୬ ଡିଗ୍ରୀ, କେନ୍ଦୁଝରରେ ୪୦.୦ ଡିଗ୍ରୀ, ବାଲେଶ୍ୱରରେ ୩୬.୪ ଡିଗ୍ରୀ, ପୁରୀରେ ୩୪.୦ ଡିଗ୍ରୀ, ଗୋପାଳପୁରରେ ୩୩.୨ ଡିଗ୍ରୀ ଓ ପାରାଦୀପରେ ୩୨.୬ ଡିଗ୍ରୀ ରେକର୍ଡ ହୋଇଛି ।

ଅନ୍ୟପକ୍ଷରେ ଆହୁରି ୨ରୁ ୩ ଦିନ ରହିବ ତାତି । ପରବର୍ତ୍ତୀ ୨ରୁ ୩ ଦିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା କମିବ । ୨୨ ତାରିଖ ପରେ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ଆସିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ଆର୍ଦ୍ରତା ୪୦ରୁ ୫୦% ରହୁଛି । ଆଜି ୧୧ ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି ହୋଇଛି ।