spot_img

Latest Posts

ହାଇକୋର୍ଟର ମୁଖ୍ଯ ବିଚାରପତି ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ଯ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଦିନ ୧୦ ଟାରେ ହାଇକୋର୍ଟ ପରିସରରେ ରାଜ୍ୟପାଳ ରଘୁବର ଦାସ ମୁଖ୍ଯ ବିଚାରପତିଙ୍କୁ ଶପଥପାଠ କରାଇବେ। ଶପଥ ପାଠ ଉତ୍ସବରେ ହାଇକୋର୍ଟର ବିଚାରପତି ଓ ହାଇକୋର୍ଟର ଆଇନଜୀବୀ ଉପସ୍ଥିତ ରହିବେ।

ଜଷ୍ଟିସ ଶରଣ ସିଂ ପାଟନା ହାଇକୋର୍ଟରେ ବିଚାରପତି ଭାବେ ଦାୟିତ୍ବ ତୁଲାଉଥିଲେ। ୧୯୬୩ ଜାନୁଆରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ବବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁଆରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁଆରୀ ମାସରେ ଅବସର ନେବେ।

 

Latest Posts

Don't Miss