ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ନାଁରେ ନାମିତ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ

1 min read

କଳାହାଣ୍ଡି : ରୂପାନ୍ତରଣରେ କଳାହାଣ୍ଡି ଜିଲ୍ଲା ସାଜିଛି ଉଦାହରଣ । ସଫଳତାର ଶିଖର ଛୁଇଁଛି । କଳାହାଣ୍ଡି ଆଜି ବିଶ୍ୱରେ ପରିଚୟ ପାଇଛି । ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଯୋଗାଉଛି । ଇନ୍ଦ୍ରାବତୀ ପ୍ରକଳ୍ପ ବିକାଶର ଇଞ୍ଜିନ ସାଜିଛି। ଏହି ପ୍ରକଳ୍ପ କଳାହାଣ୍ଡିର ଭବିଷ୍ୟତକୁ ଉଜ୍ବଳ କରିଛି । ଖୁବ୍ ଶୀଘ୍ର ଜିଲ୍ଲାରେ ନବୀନ ଓଡ଼ିଶା କାର୍ୟ୍ୟକାରୀ ହେବ । ସେହିପରି,  କଳାହାଣ୍ଡି ୟୁନିଭର୍ସିଟି ନାଁ ବଦଳିଛି। କଳାହାଣ୍ଡି ୟୁନିଭର୍ସିଟି ନାଁ ମା’ମାଣିକେଶ୍ୱରୀ ୟୁନିଭର୍ସିଟି ନାଁରେ ନାମିତ ହୋଇଛି। ଏ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନ୍ୟପଟେ କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ପାଠପଢ଼ା ସହିତ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀଙ୍କ ମେଡିକାଲ କଲେଜ ଆଶା ପୂରଣ ହୋଇଛି ।

ଏହି ଖବର ଉପରେ ନଜର ପକାନ୍ତୁ :

RBI ଆଗରେ EOW ଟିମ୍, ଧାଡ଼ିରେ ଠିଆ ହୋଇଥିବା ଲୋକଙ୍କୁ କରୁଛି ପଚରାଉଚରା

Odisha CM launches LAccMI Bus Yojana On Kalahandi Foundation Day | Odisha୯୪୮୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଭବାନୀପାଟଣା ମେଡିକାଲ କଲେଜ ଓ ହସ୍ପିଟାଲ । ୧୦୦ ସିଟରେ ନାମଲେଖା ପାଇଁ NMC ଠାରୁ ଅନୁମତି ଦେଇଛି । ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି । କେବଳ ଏତିକି ନୁହଁ ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଯାହାକି ଓଡ଼ିଶାର ବିକାଶକୁ ଆହୁରି ଉଜ୍ବଳ କରିବ । ସୁଲଭ ଦର, ସହଜ ଯାତାୟାତ ଏବଂ ଅତ୍ୟାଧୁନିକ ବସ ସେବାକୁ ନେଇ ଉତ୍ସାହିତ ଅଛନ୍ତି ଗାଁ ଲୋକେ ।