କାଲିଠୁ କାର୍ତ୍ତିକ ବ୍ରତ: ମଠବାଡ଼ି, ହୋଟେଲରେ ହବିଷ୍ୟାଳୀଙ୍କୁ ନ ରଖିବାକୁ ପରାମର୍ଶ

ପୁରୀ: ପବିତ୍ର କୁମାରପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଅନ୍ୟପଟେ ଆସନ୍ତାକାଲିଠୁ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ଆରମ୍ଭ ହେବ । ତେବେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହବିଷ୍ୟାଳିମାନେ ପୁରୀ ନଆସି ଘରେ ରହି କାର୍ତ୍ତିକ ବ୍ରତ କରିବା ପାଇଁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ମଠବାଡି, ହୋଟେଲ, ଲଜିଂରେ ହବିଷ୍ୟାଳିଙ୍କୁ ନରଖିବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ ଆଶଙ୍କାକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯିବ । ଭକ୍ତମାନେ କୋଭିଡ କଟକଣା ମାନି ଡବଲ ଡୋଜ ସାର୍ଟିଫିକେଟ କିମ୍ବା ୯୬ ଘଣ୍ଟା ପୂର୍ବର କୋଭିଡ ଆରଟିପିସିଆର ନେଗେଟିଭ ରିପୋର୍ଟ କିଓସ୍କୋରେ ଦେଖାଇ ଦର୍ଶନ ପାଇଁ ଯାଉଛନ୍ତି । ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି  ଆବଶ୍ୟକ ହେଲେ କିଓସ୍କୋ ସଂଖ୍ୟା ମଧ୍ୟ ବଢାଯିବ ବୋଲି କହିଛନ୍ତି ଜିଲ୍ଲାପାଳ । ସମସ୍ତ ଭକ୍ତ ଯେଭଳି ସୁରୁଖୁରୁରେ ମହାପ୍ରସାଦ ପାଇପାରିବେ ସେନେଇ ସୁଆର ମହାସୁଆର ନିଯୋଗ ସହ ଆଲୋଚନା କରାଯାଇ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ । ଶ୍ରୀମନ୍ଦିରର ଦକ୍ଷିଣ ଓ ଉତ୍ତର ଦ୍ୱାରରେ ଭକ୍ତମାନେ ମହାପ୍ରସାଦ ପାଇପାରିବେ ।

ଏଥିସହିତ ପଢ଼ନ୍ତୁ: ଆଜି ବି ରାଜ୍ୟରେ ଜାରି ରହିବ ବର୍ଷା: ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ସମ୍ଭାବନା

Leave a Reply