spot_img

Latest Posts

ଦିଲ୍ଲୀ ନିର୍ବାଚନ : ନାମାଙ୍କନ ଭରିଲେ ଅରବିନ୍ଦ କେଜ୍ରିଓ୍ବାଲ

ନନ୍ଦିଘୋଷ ବ୍ୟୁରୋ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଜୋରସୋରରେ ଚାଲିଛି ନାମାଙ୍କନ ଦାଖଲ ପ୍ରକ୍ରିୟା। ଜାନୁଆରୀ ୧୭ ତାରିଖ ନାମାଙ୍କନ ଦାଖଲର ଶେଷଦିନ ରହିଛି। ଏହା ପୂର୍ବରୁ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ୍ ଆଜି ନାମାଙ୍କନ ଦାଖଲ କରିଛନ୍ତି। ସେ ଅଣସଂରକ୍ଷିତ ନୂଆଦିଲ୍ଲୀ ଆସନରୁ ନିଜର ନାମାଙ୍କନ ଭରିଛନ୍ତି। ୨୦୧୩, ୨୦୧୫ ଓ ୨୦୨୦ରେ ଏହି ଆସନରୁ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ କେଜ୍ରିୱାଲ୍।  ଗତକାଲି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିସୀ କାଲକାଜି ଆସନରୁ ନିଜର ନାମାଙ୍କନ ଭରିଥିଲେ। ନାମାଙ୍କନ ଦାଖଲ ପୂର୍ବରୁ ବାଲ୍ମିକୀ ମନ୍ଦିର ଓ ହନୁମାନ ମନ୍ଦିର ଯାଇ ଦର୍ଶନ କରିଥିଲେ ଆମ୍ ଆଦମୀ ପାର୍ଟି ସୁପ୍ରିମୋ କେଜ୍ରିୱାଲ୍ । ପରେ କର୍ମକର୍ତ୍ତାଙ୍କ ସହ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଥିଲେ। ନୂଆଦିଲ୍ଲୀ ଆସନରୁ କେଜରିୱାଲଙ୍କ ବିପକ୍ଷରେ ବିଜେପି ପ୍ରବେଶ ବର୍ମାଙ୍କୁ ପ୍ରାର୍ଥୀ କରିଛି। ଦିଲ୍ଲୀ ପୂର୍ବତନ ମୁଖ୍ୟମନ୍ତ୍ରୀ ସାହିବ ସିଂ ବର୍ମାଙ୍କ ପୁଅ ହେଉଛନ୍ତି ପ୍ରବେଶ ବର୍ମା। ପ୍ରବେଶ ୨୦୧୪ ଓ ୨୦୧୯ରେ ବିଜେପିର ସାଂସଦ ନିର୍ମାଚିତ ହୋଇଥିଲେ।  ସେପଟେ କଂଗ୍ରେସରୁ ପାର୍ଥୀ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କ ପୁଅ ସନ୍ଦୀପ ଦୀକ୍ଷିତ। ନୂଆଦିଲ୍ଲୀ ଆସନରେ ଏଥର ଜୋରଦାର ଲଢେଇ ଦେଖିବାକୁ ମିଳିବ।

Latest Posts

Don't Miss