ଜଗା ଦର୍ଶନ ହେଲା ଶେଷ ଦର୍ଶନ

କେନ୍ଦ୍ରାପଡ଼ା: ଶ୍ରୀଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ। ପୁରୀ ଶ୍ରୀମନ୍ଦିର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣାରେ ଗଲା ଜୀବନ । କେନ୍ଦ୍ରାପଡ଼ା ଜିଲ୍ଲା ଦୁହୁରିଆରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଛି । ଏବଂ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି ।
ଗତକାଲି ପୁରୀରୁ ଫେରୁଥିବା କାର, ଦୁହୁରିଆ ଛକ ନିକଟରେ ଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଏଥିରେ ୨ଜଣ ପ୍ରାଣ ହରାଇଛନ୍ତି । ମୃତକ ହେଉଛନ୍ତି ପ୍ରଣତି ପଣ୍ଡା ଓ ବିଜୟ ସାହୁ । ଗୁରୁତରଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।