ଜୀବନ ଆଶା ଦେଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, BSKYକୁ ଧନ୍ୟବାଦ ଦେଲେ ସଞ୍ଜୟ

1 min read

କେନ୍ଦ୍ରାପଡା:  ଭେଲୋର, କଲିକତା ଓ ଚଣ୍ଡିଗଡର ବଡବଡ ଡାକ୍ତରଖାନାରୁ ଫେରି ଜୀବନ ଆଶା ହରେଇଲା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY) ସାହା ହେଲା । ‘‘କଲିକତାର ନାରାୟଣ ହୃଦୟାଳୟରେ ଉପଯୁକ୍ତ ଚିକିତ୍ସା ହେଲା । ମୋତେ ନୂଆ ଜୀବନ ମିଳିଲା’’ ଏପରି କହିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଗଉଡଗାଁ ଗ୍ରାମ ନିବାସୀ ୪୨ ବର୍ଷ ବୟସ୍କ ସଞ୍ଜୟ କୁମାର ସ୍ଵାଇଁ ।

କଲିକତାର ଏକ ଛୋଟିଆ ଝୋଟ କଳରେ କାମ କରି ଗୁଜୁରାଣ କରୁଥିବା ସଞ୍ଜୟଙ୍କୁ ଲଗାତର କିଛି ଦିନ ଧରି ଜ୍ଵର ହେଲା । ଔଷଧ ଖାଇଲେ ବି ଭଲ ହେଲାନି । ଡାକ୍ତରଙ୍କୁ ଦେଖାଇ ୨୦୨୨ ମସିହା ଏପ୍ରିଲ ୮ ତାରିଖ ଦିନ ସେ ଅଲ୍ଟ୍ରାସାଉଣ୍ଡ ଏବଂ ୟୁରିଆ କ୍ରିଏଟାଇନ ପରୀକ୍ଷା କରିଥିଲେ। ସେଠାରେ ତାଙ୍କର କିଡନୀ ଖରାପ ଥିବାର ଜଣା ପଡିଥିଲା ।

ଭେଲୋର ଏବଂ ଚଣ୍ଡିଗଡର ବଡବଡ ହସ୍ପିଟାଲରେ ଚିକିତ୍ସା ଓ ପରାମର୍ଶ ପରେ କିଛି ନିର୍ଭରଯୋଗ୍ୟ ଭରଷା ପାଇ ନଥିବା ସେ କହିଛନ୍ତି  । ଏହାପରେ BSKY କାର୍ଡରେ ଚିକିତ୍ସା ହୋଇପାରିବ ବୋଲି କେନ୍ଦ୍ରପଡା ଜିଲ୍ଲାର ଜଣେ ସ୍ୱାସ୍ଥ୍ୟକର୍ମୀଙ୍କ ଠାରୁ ଜାଣିଥିଲେ । ବି.ଏସ.କେ.ୱାଇ ଟିମ ଭରସାରେ ଚଳିତ ବର୍ଷ ସେପ୍ଟେମ୍ବର ୧୩ ତାରିଖ ଦିନ ସେଠାରେ ପହଞ୍ଚିଲୁ। ଆଡମିଶନ ଓ ପରୀକ୍ଷା ନିରୀକ୍ଷା ହେଲା । ମୋର ଆବଶ୍ୟକୀୟ ଅପରେସନ ହେଲା । ଜୁଲାଇ ୫ରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି  ।ଟ

ଅପରେସନ ଓ ଚିକିତ୍ସା ପାଇଁ ଦରକାର ହେଇଥିବା ୧୦ ଲକ୍ଷ ଟଙ୍କା ରାଜ୍ୟ ସରକାର ବି.ଏସ.କେ.ୱାଇ କାର୍ଡ ମାଧ୍ୟମରେ ଦେଲେ । ଆମକୁ କୌଣସି ଦେୟ ଦେବାକୁ ପଡିଲା ନାହିଁ । ସବୁଆଡୁ ଆଶା ହରେଇଲା ପରେ ମୁଖ୍ୟମନ୍ତ୍ରୀଙ୍କ ବି.ଏସ.କେ.ୱାଇ କାର୍ଡ ମୋର ସାହା ହେଲା । ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ବି.ଏସ.କେ.ୱାଇ ଟିମ୍ ପାଖରେ ପରିବାର ଚିର ଋଣୀ ବୋଲି ଧନ୍ୟବାଦ ଦେଇଛନ୍ତି ସଞ୍ଜୟ ।