କେନ୍ଦୁଝରରେ ଲଗାଣ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲା ଶିକ୍ଷା ଅଧିକାରୀ

କେନ୍ଦୁଝର: ଜିଲ୍ଲାରେ ପ୍ରବଳ ବର୍ଷା । ଗତକାଲି ରାତିରୁ ଲାଗିରହିଛି ଲଗାଣ ବର୍ଷା । ଲଗାଣ ବର୍ଷାରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କେନ୍ଦୁଝରରେ ଲଗାଣ ବର୍ଷା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଆଜି ପାଇଁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ ।

ସେହିପରି ପ୍ରବଳ ବର୍ଷା ଯୋଗୁ ବଲାଙ୍ଗୀର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ, ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା  । ଲଗାଣ ବର୍ଷା ପାଇଁ ଛୁଟି ଘୋଷଣା କଲେ ଜିଲ୍ଲାପାଳ  ।

ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲା ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।