ଆଜି ଅଣବସର ଏକାଦଶୀ, ଶ୍ରୀଜିଉଙ୍କ ଅଣସର ଘରେ ଖଳିଲାଗି ନୀତି ସମ୍ପାଦନ କରିବେ ଦଇତାପତି

ପୁରୀ: ଆଜି ଖଳିଲାଗି ଏକାଦଶୀ । ଶ୍ରୀଜିଉଙ୍କ ଅଣସର ଘରେ ଖଳିଲାଗି ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଦଶମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚକାବିଜେ ନୀତି ଅନୁଷ୍ଠିତ ହୋଇଥିବା ବେଳେ ଶ୍ରୀ ବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଗାରଦରେ ଜିମା ଦିଆଯାଇଛି । ଶ୍ରୀବିଗ୍ରହମାନଙ୍କୁ ଏକାଦଶୀ ତିଥିରେ ଖଳିଲାଗିରେ ଦଶମୂଳ ଔଷଧ ଲାଗି କରାଯିବା ସହ ତୁଳସୀ ଓ ବିଭିନ୍ନ ରଙ୍ଗୀନ ପୁଷ୍ପ ଲାଗି କରାଯିବାର ପରମ୍ପରା ରହିଛି ।