ଆସନ୍ତା ଫେବ୍ରୁଆରୀ ୧୬ ତାରିଖରୁ ଐତିହାସିକ ଖଣ୍ଡଗିରି କୁମ୍ଭମେଳା

ନନ୍ଦିଘୋଷ ବ୍ୟୁରୋ: ଆସନ୍ତା ଫେବ୍ରୁଆରୀ ୧୬ ତାରିଖରୁ ଐତିହାସିକ ଖଣ୍ଡଗିରି କୁମ୍ଭମେଳା । ୨୪ ତାରିଖ ଯାଏ ଚାଲିବ କୁମ୍ଭମେଳା । ଶୃଙ୍ଖଳିତ ଓ ସୁରକ୍ଷିତ ମେଳାକୁ ନେଇ ବିଏମସି ପକ୍ଷରୁ ବସିଥିଲା ପ୍ରସ୍ତୁତି ବୈଠକ। ମୌଳିକ ସୁବିଧା ସୁଯୋଗ ସହ ସଠିକ ମେଳା ପରିଚାଳନା ପାଇଁ ବିଭିନ୍ନ ଦିଗକୁ ନେଇ ଆଲୋଚନା କରାଯାଇଛି । ଚଳିତ ବର୍ଷ କିଭଳି ସୁରୁଖୁରରେ ମେଳା ହୋଇପାରିବ ସେନେଇ ବିଭିନ୍ନ ଦିଗରେ ଆଲୋଚନା ହୋଇଥିବା ବେଳେ ପୂର୍ବ ବର୍ଷ ଅପେକ୍ଷା ଏଥର ଆହୁରି ସୁନ୍ଦର କରିବାକୁ ଯୋଜନା କରାଯାଉଥିବା କହିଛି ବିଏମସି କମିଶନର । ସାଧୁ ସନ୍ଥ ମାନଙ୍କ ମୌଳିକ ଆବଶ୍ୟକତାକୁ ନେଇ ଅସ୍ଥାୟୀ ସ୍ନାନଗାର, ଅସ୍ଥାୟୀ ଶୌଚାଳୟ ,ପାନୀୟ ଜଳ,ବିଦ୍ୟୁତ ସଂଯୋଗ , ସୂଚନା କେନ୍ଦ୍ର , ଆମ୍ବୁଲାନ୍ସ ସେବା , ଅସ୍ଥାୟୀ ସ୍ଵାସ୍ଥ୍ୟ କେନ୍ଦ୍ର ଉପରେ ଗୁରୁତ୍ଵ ଦିଆଯାଇଥିବା କହିଛି ବିଏମସି । ଏହାସହ ପାର୍କିଂ ବ୍ୟବସ୍ଥା ,ମୀନା ବଜାର , ମେଳାକୁ କିଭଳି ନୂଆ ବ୍ୟବସାୟୀ ମାନେ ଅଧିକ ଆସି ସାମିଲ ହେବେ ସେନେଇ ଦୃଷ୍ଟି ଦିଆଯିବ ବୋଲି କହିଛନ୍ତି ଭୁବନେଶ୍ୱର ମେୟର । ସମ୍ପୂର୍ଣ ମେଳା ପରିଚାଳନାକୁ ନେଇ ଏକ ସ୍ୱତନ୍ତ୍ର କମିଟି ଗଠନ କରାଯିବ ବୋଲି କହିଛନ୍ତି ମେୟର । ଏହି ପ୍ରସ୍ତୁତି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ମେଳା କମିଟିର ସଦସ୍ୟ ଓ ସ୍ଥାନୀୟ କର୍ପୋରେଟର ମାନେ ସାମିଲ ଥିଲେ । ଖଣ୍ଡଗିରି ମେଳା ପଡିଆ ଯେଉଁମାନେ ଜବରଦଖଲ କରି ରହିଛନ୍ତି ସେମାନଙ୍କ ବିରୋଧରେ ଆକ୍ସନ ନିଆଯାଉଛି । ଯଦି କେଉଁଠି ତ୍ରୁଟି ପରିଲକ୍ଷିତ ହେଉଛି ବିଏମସିକୁ ଜଣାନ୍ତୁ ବୋଲି ଅନୁରୋଧ କରିଛି ବିଏମ୍ସି । ଯେଉଁ ବ୍ୟବସାୟୀମାନେ ଆସୁଛନ୍ତି ସେମାନଙ୍କ ପାଇଁ ସମାନ ମାପରେ ଷ୍ଟଲ୍ ରହିବ । ସମ୍ପୂର୍ଣ ପ୍ଲାଷ୍ଟିକ ବର୍ଜନ ପାଇଁ ପଦକ୍ଷେପ ନିଆଯିବ ।