କୋରାଇ ଷ୍ଟେସନ ଅଘଟଣ: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: କୋରାଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଦୁର୍ଘଟଣା । ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆସୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁସାରେ ଯାଜପୁର କୋରାଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ପ୍ଲାଟଫର୍ମ ଉପରକୁ ମାଡି ଯାଇଥିଲା ୮ରୁ ଅଧିକ ବଗି । ଟିକେଟ୍ କାଉଣ୍ଟର ସହ ପାହାଚକୁ ମାଡ଼ିଗଲା ଟ୍ରେନ ବଗି । ଯାହାଫଳରେ ବଗି ତଳେ ଚାପି ହୋଇଥିବା ୨ ଜଣଙ୍କ ମୃତ ହୋଇଥିବାବେଳେ ୪ ଜଣ ଗୁରୁତର ଭାବେ ଉଦ୍ଧାର ହୋଇଛନ୍ତି । ଗୁରୁତର ଆହତ ହୋଇଥିବା ୪ ଜଣଙ୍କ ମଧ୍ୟରେ ୨ ମହିଳା ଓ ଜଣେ ଶିଶୁ ରହିଛନ୍ତି । ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମବାହିନୀ ଓ ଆରପିଏଫ କର୍ମଚାରୀ ନିୟୋଜିତ ଅଛନ୍ତି । ବଗି ଓ ଭଙ୍ଗା ଘରେ ଆହୁରି ଅନେକ ଚାପି ହୋଇରହିଥିବା ସନ୍ଦେହ କରାଯାଉଛି ।