ଖାତରେ ପଡି ୪ ଶିଶୁ ମୃତ୍ୟୁ ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଟଙ୍କା ସହାୟତା ଘୋଷଣା

ଜୟପୁର: କୋରାପୁଟ ସଦର ଥାନା ମାଝିଗୁଡ଼ାରେ ପାଣି ଭର୍ତ୍ତି ଖାତରେ ପଡ଼ି ୪ ଶିଶୁଙ୍କ ମୃତ୍ୟୁ ଘଟଣାରେ ପରିବାର ଲୋକଙ୍କୁ ଜିଲ୍ଲା ପ୍ରଶାସନ ଜଣାଇଲା ସମବେଦନା । ମୃତକଙ୍କ ପରିବାରକୁ ପ୍ରକୃତିକ ବିପର୍ଯ୍ୟୟ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ଟଙ୍କା ସହାୟତା ପ୍ରଦାନ ନେଇ ଜିଲ୍ଲାପାଳ ଅବଦାଲ ମହମ୍ମଦ ଅଖତରଙ୍କ ସୂଚନା । ଏହାସହ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଲେଖାଏଁ ଜିଲ୍ଲା ପ୍ରଶାସନର ସହାୟତା ପ୍ରଦାନ । ହରିଶ୍ଚନ୍ଦ୍ର ଯୋଜନାରେ ୨୦୦୦  ଲେଖାଏଁ ସହାୟତା ପ୍ରଦାନ କରାଯାଇଛି ।

ଘଟଣାରେ ଗାତ ଖୋଳିଥିବା ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ   ଜିଲ୍ଲାପାଳ ଦଶମନ୍ତପୁର ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ମାଝିଗୁଡ଼ାରେ ଏକ ପାଣି ଭର୍ତ୍ତି ଖାତ ନିକଟରେ ୬ ଶିଶୁ ବୁଲାବୁଲି କରୁଥିବା ବେଳେ ୪ ଜଣ କୌଣସି କାରଣରୁ ସେଥିରେ ପଡି ଯାଇଥିଲେ । ପିଲାମାନଙ୍କ ବୟସ କମ ହୋଇଥିବା ବେଳେ ଖାତଟି ପାଣିରେ ଭର୍ତ୍ତି ହୋଇଥିଲା । ଫଳରେ ପିଲାମାନେ ସେଥିରୁ ଉଠି ନପାରି ବୁଡି ଯାଇଥିଲେ ।

ଖବର ପାଇବା ପରେ ବନ ବିଭାଗ ଓ ସଦର ଥାନା କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି । ପିଲାମାନେ ଉକ୍ତ ଖାତ ନିକଟରେ କ’ଣ କରୁଥିଲେ ସ୍ପଷ୍ଟ ହୋଇନାହିଁ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକ ଖେଳିଯାଇଛି ।