ବିଜେପି ଛାଡିଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ

କୋରାପୁଟ: ବିଜେପି ଛାଡିଲେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ । କୋଟିଆରେ ଅନୁଷ୍ଠିତ ଉତ୍କଳ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ସମୟରେ ସେ ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଦେବା ନେଇ ଘୋଷଣା କରିଛନ୍ତି । ଜୟରାମ ବିଜେପି ଛାଡିବା ପରେ ଅନ୍ୟ କୌଣସି ଦଳରେ ମିଶିବା ନେଇ ସ୍ପଷ୍ଟ କରିନାହାନ୍ତି ପାଙ୍ଗୀ । ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ପଡୋଶୀ ଆନ୍ଧ୍ର ଓ ଛତିଶଗଡର ଆଦିବାସୀ ଅଧ୍ୟୁଷିତ କିଛି ଅଞ୍ଚଳକୁ ନେଇ କେନ୍ଦ୍ର ଶାସିତ ଅଞ୍ଚଳ ଗଠନ କରିବାକୁ ଜୟରାମ ପାଙ୍ଗୀ ଦୀର୍ଘ ଦିନ ହେବ ପ୍ରୟାସ କରିଆସୁଛନ୍ତି ।

ଏଥିପାଇଁ ସେ ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ ଗଠନ କରିଛନ୍ତି । ତେଣୁ ଏହି ଦାୟୀତ୍ୱ ନିର୍ବାହ ପାଇଁ ସେ ପୂର୍ବରୁ ମଧ୍ୟ ସେ ବିଜେପି ଛାଡିବା ନେଇ ଘୋଷଣା କରିଥିଲେ । ହେଲେ ଦଳୀୟ ନେତାଙ୍କ ବୁଝାସୁଝା ପରେ ସେ ପୁଣି ବିଜେପିରେ ରହି କାର୍ଯ୍ୟ କରିବାକୁ ସହମତି ପ୍ରକାଶ କରିଥିଲେ । ଜୟରାମ ପାଙ୍ଗୀ ୨୦୧୭ ମସିହାରେ ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ । ସେ ପୂର୍ବରୁ ୪ ଥର ପଟାଙ୍ଗୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ କୋରାପୁଟରୁ ଗିରିଧର ଗମାଙ୍ଗଙ୍କୁ ପରାଜିତ କରି ପ୍ରଥମ ଥର ପାଇଁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ।