ପଦ୍ମଜ ପାଳ ଓ ଅମରେଶ ପଟ୍ଟନାୟକଙ୍କୁ କୋରାପୁଟ ସାହିତ୍ୟ ସମ୍ମାନ ୨୦୨୦

Koraput Sahitya Samman

ଭୁବନେଶ୍ୱର: ତୃତୀୟ କୋରାପୁଟ ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ ସଭା ଭୂବନେଶ୍ୱରର ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବକୁ ଉଦ୍‌ଘାଟନ କରିଥିଲେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ପ୍ରସିଦ୍ଧ କଥାଶିଳ୍ପୀ ପଦ୍ମଜ ପାଳ ଓ ଜଣାଶୁଣା କବି ଅମରେଶ ପଟ୍ଟନାୟକଙ୍କୁ ଚଳିତ ବର୍ଷ ପାଇଁ କୋରାପୁଟ ସାହିତ୍ୟ ସମ୍ମାନ ପ୍ରଦାନ କରାଯାଇଛି । ପୁରସ୍କାର ବାବଦରେ ପ୍ରତ୍ୟେକଙ୍କୁ ୨୧ ହଜାର ଟଙ୍କା, ମାନପତ୍ର, ଉପଢୌକନ ଓ ଉତ୍ତରୀୟ ପ୍ରଦାନ କରାଯାଇଛି । ଉତ୍ସବରେ ପ୍ରସିଦ୍ଧ ଔପନ୍ୟାସିକ ବିଭୂତି ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ବରିଷ୍ଠ କବି ହରପ୍ରସାଦ ଦାସ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ଉତ୍ସବରେ ଅଧ୍ୟକ୍ଷତା କରିଥିଲେ ଓଡ଼ିଆ ମିଡିଆ ନିର୍ଦ୍ଦେଶକ ତଥା କଥାକାର ଶୁଭ୍ରାଂଶୁ ପଣ୍ଡା ।

ଏହି ଅବସରରେ ଇଂରାଜୀ କବିତା ସଂକଳନ ‘ଏ ଲଷ୍ଟ୍‌ ହେଭେନ୍’ ପାଇଁ ଚଳିତ ବର୍ଷର ପେନ୍‌ ଇନ୍‌ ବୁକ୍ସ ବେଷ୍ଟ୍‌ ସେଲର୍‌ ପୁରସ୍କାର କବି କଳ୍ପାଶା ଅଙ୍କିତା ଶଙ୍କ ଦିଆଯାଇଥିଲା। ପେନ୍‌ ଇନ୍‌ ବୁକ୍ସ ପ୍ରକାଶିତ ୫ଟି ବହି ଏ ଅବସରରେ ଉନ୍ମୋଚିତ ହୋଇଥିଲା।

ଉଦ୍‌ଘାଟନୀ ଉତ୍ସବ ପରେ ଉଭୟ ପୁରସ୍କାର ପ୍ରାପକଙ୍କ ସହ ଏ ସାକ୍ଷାତକାର ସଂପାନ ଅନୁଷ୍ଠିତ ହୋଇଥିଲା। ଅମରେଶ ପଟ୍ଟନାୟକଙ୍କ ସହ ବରିଷ୍ଠ କବି ରକ୍ଷଖ ନାୟକ କଥାବାର୍ତ୍ତ କରିଥିବା ବେଳେ ପଦ୍ମଜପାଳଙ୍କୁ ପ୍ରଶ୍ନ ପଚାରିଥିଲେ କବି ଓ ସମାଲୋଚକ ଜ୍ଞାନୀ ଦେବାଶିଷ ମିଶ୍ର।

Leave a Reply