କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗ, ଆସନ୍ତାକାଲି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର: କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ଆସନ୍ତାକାଲି ତଥା ଶୁକ୍ରବାର ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଓଡ଼ିଶାର ଅଦାଲତ ଅବମାନନା ଆବେଦନ ଉପରେ ଆସନ୍ତାକାଲି ଶୁଣାଣି କରିବେ ସୁପ୍ରିମକୋର୍ଟ ।

ଏହି ମାମଲାର ଜରୁରୀ ଶୁଣାଣି ପାଇଁ ଆବେଦନ କରିଥିଲା ଓଡ଼ିଶା । ଓଡ଼ିଶା ସରକାରଙ୍କ ପକ୍ଷରୁ ଆଇନଜୀବୀ ଶିବଶଙ୍କର ମିଶ୍ର ମାମଲା ରୁଜୁ କରିଛନ୍ତି। ୧୯୬୮ରେ ଏହି ସୀମା ବିବାଦର ଶୁଣାଣି କରି ସୁପ୍ରିମକୋର୍ଟ ସ୍ଥିତାବସ୍ଥା ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହାର ଅବମାନନା କରି ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ କୋଟିଆର ୩ଟି ପଞ୍ଚାୟତରେ ନିର୍ବାଚନ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।

ଯାହା ଫଳରେ ଏହା ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । କୋଟିଆର ଫଗୁସେନାରୀ, ଫାଟୁସେନାରୀ ଓ ଗଞ୍ଜିଆପଦର ଗାଁରେ ନିର୍ବଚନ କରୁଛି ଆନ୍ଧ୍ର ସରକାର । କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ତହସିଲ ଅଧିନରେ ଏହି ୩ଟି ଗାଁ ରହିଛି।

ଉଲ୍ଲେଖଯୋଗ୍ୟ, ଆନ୍ଧ୍ରର ପଞ୍ଚାୟତ ନିର୍ବାଚନକୁ ବିରୋଧ କରି ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ୨୦୦୬ରେ ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶକୁ ଅବମାନନା କରାଯାଇଥିବା ଅଭିଯୋଗ କରିଛି ଓଡ଼ିଶା । ମାମଲାରେ ପକ୍ଷଭୁକ୍ତ ହୋଇଛନ୍ତି ଆନ୍ଧ୍ରର ମୁଖ୍ୟ ଶାସନ ସଚିବ । ଆନ୍ଧ୍ର ବିରୋଧରେ କାହିଁକି ଅବମାନନା ମାମଲା ରୁଜୁ ହୋଇଛି ସେନେଇ ଓଡ଼ିଶା ବସ୍ତୃତ ତଥ୍ୟ ରଖିଛି ।

Leave a Reply