‘ଓଡ଼ିଶା ବିଧାନସଭାରେ ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା । ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା  ।ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍‍ ମହାନ୍ତି ।

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ, ଏହାପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା ଯାହାକୁ ସରକାର ଅନୁମୋଦନ କରିପାରିଥାନ୍ତେ । କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା ।

ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା । ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣ (ଏନ୍‌ଏମ୍‌ଏ)କୁ ପଠାଯାଇଥିଲା ଯିଏ କି ପ୍ରସ୍ତାବକୁ ଅନୁମୋଦନ କରିଥିଲେ । ଏନ୍‌ଏମ୍‌ଏର ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଏହା ପରେ କାମ ଆରମ୍ଭ ହେଲା ।

ଏଥିସହିତ ପଢ଼ନ୍ତୁ:ଆଜି ବସିବ ଛତିଶା ନିଯୋଗ ବୈଠକ, ଶ୍ରୀଗୁଣ୍ଡିଚା ଯାତ୍ରା ସହ ଶ୍ରୀଜିଉଙ୍କ ନୀତିକାନ୍ତିରେ ବାଜିବ ମୋହର