spot_img

Latest Posts

ଝିପିଝିପି ବର୍ଷାରେ ଭିଜିଲା ରାଜଧାନୀ

ଭୁବନେଶ୍ୱର: ଭିଜୁଛି ଓଡ଼ିଶା। ରାଜଧାନୀରେ ସକାଳୁ ଝିପିଝିପି ବର୍ଷା ହୋଇଛି। ଆଜିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି। ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି। ଆଜି ପଶ୍ଚିମା ଝଡର ସର୍ବାଧିକ ପ୍ରଭାବ ରହିବ।

ଘଡଘଡି ବିଜୁଳି ସହ ବଜ୍ରପାତ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏହାସହ ଦେବଗଡ, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ।

୨୫ ତାରିଖରେ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ରାୟଗଡା, କୋରାପୁଟ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ ଏବଂ କେନ୍ଦୁଝରରେ ହାଲୁକା ବର୍ଷା ହେବ। ୨୬, ୨୭ ଏବଂ ୨୮ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ଆକଳନ କରାଯାଇଛି। ବର୍ଷା ପ୍ରଭାବରେ ଦିନର ତାପମାତ୍ରା କମ୍ ରହିଲେ ବି ରାତ୍ରୀର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

Latest Posts

Don't Miss