କାଳବୈଶାଖୀ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗର ୱେଲୋ ୱାର୍ଣ୍ଣିଂ । ୧୩ ଜିଲ୍ଲାକୁ ଆଗାମୀ ୨ ଘଣ୍ଟା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା, ନୟାଗଡ଼, ପୁରୀ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି ।
ଆଗାମୀ ୨ ଘଣ୍ଟା ମଧ୍ୟରେ ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ ବିଜୁଳି ସହ ବର୍ଷା ହୋଇପାରେ । ପାଗକୁ ଦେଖି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କହିଛି ପାଣିପାଗ ବିଭାଗ । ବିଶେଷକରି ବଜ୍ରପାତରୁ ରକ୍ଷା ପାଇବା ଖୋଲା ସ୍ଥାନରେ ନରହି ସୁରକ୍ଷିତ ଜାଗାକୁ ଯିବା ପାଇଁ କୁହାଯାଇଛି ।