୫ ଜିଲ୍ଲାରେ ଘଡ଼ିଘଡ଼ି ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ଆଶଙ୍କା । ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ବରଗଡ଼ ଏବଂ ଦେବଗଡ଼ ଜିଲ୍ଲାରେ କିଛି ସ୍ଥାନରେ ବର୍ଷା ଆଶଙ୍କା । ତେବେ ବର୍ଷା ଆଶଙ୍କାକୁ ନଜରରେ ରଖି ଘରୁ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।  ସୂଚନା ଯୋଗ୍ୟ ଯେ, ଗତ ୪୮ ଘଣ୍ଟା ମଧ୍ୟରେ ପାଣିପାଗ ବଦଳିଛି । ଉପାନ୍ତରୁ ଉପକୂଳ ସବୁଠି କମିଲା ତାପମାତ୍ରା । ବର୍ଷା ପାଇଁ ଥଣ୍ଡା ହେଲା ବାୟୁମଣ୍ଡଳ । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକରର କେତେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହୋଇଛି । ୧୩ ତାରିଖ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଏବଂ ନବରଙ୍ଗପୁରରେ ଘଡ଼ିଘଡ଼ି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାକୁ ଛାଡ଼ିଦେଲେ ବାକି ଜିଲ୍ଲାଗୁଡିକରେ ତାପମାତ୍ରା ସ୍ୱାଭାବିକ ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Reply