୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା: ୟେଲାେ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ବଦଳୁଛି ପାଣିପାଗ । ମଙ୍ଗଳବାରଠାରୁ ବୁଧବାର ସକାଳ ପର୍ଯ୍ୟନ୍ତ ଅର୍ଦ୍ଧାଧିକ ଜିଲ୍ଲାରେ କୋହଳା ପାଗ ସାଙ୍ଗକୁ ଝଡ଼ବର୍ଷା ହେବାର ଆଶଙ୍କା  । ଏଥିସହିତ ୩୦ରୁ ୪୦ ବେଗରେ ପବନ ମଧ୍ୟ ବହପାରେ  । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ ଓ କନ୍ଧମାଳ ଜିଲ୍ଲାରେ ସକାଳ ୬ଟାରୁ ୯ ମଧ୍ୟରେ ଘଡ଼ଘଡ଼ି ବର୍ଷା ସାଙ୍ଗକୁ ୩୦ରୁ ୪୦ କି.ମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ପୁରୀରେ ସର୍ବାଧିକ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଆକଳନ କରିଛି । ଝଡ଼ବର୍ଷାକୁ ଦୃଷ୍ଟିରେ ରଖି ୟଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ରୁ ପାଗରେ ପରିବର୍ତ୍ତନ ହେବ । ଗତ ୨୪ ଘଣ୍ଟା ମଧ୍ୟରେ  ବରଗଡ଼ରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।

Leave a Reply