ପରିବା ତୋଳିବାକୁ ଯାଇଥିବା ବେଳେ ବଜ୍ରାଘାତରେ ୨ମୃତ

1 min read

ନୟାଗଡ଼: ବଜ୍ରପାତରେ ଦୁଇ ମୃତ l ନୟାଗଡ ଜ଼ିଲ୍ଲା ଦଶପଲ୍ଲା ବ୍ଲକ ଡିହଗାଁରେ ଆଜି ଭୋରରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେଉଥିଲା  । ଏହି ସମୟରେ ପରିବା ତୋଳିବାକୁ ଯାଇ ବଜ୍ରାଘାତରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ହେଲେ ଉଦୟନାଥ ଓ ଆଶାମଣୀ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।

ଅନ୍ୟପଟେ, ରାଜ୍ୟରେ ଆଜିବି ଲଗାଣ ବର୍ଷା ଜାରି ରହିଥିବା ବେଳେ ଦକ୍ଷିଣ ଓ ଉପକୂଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ରହିଛି । ୧୭ ଜିଲ୍ଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସତର୍କତା ଜାରି କରିଛି । ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Leave a Reply