spot_img

Latest Posts

ସିକ୍କିମରେ ଗୋଟିଏ ପର୍ଯ୍ଯାୟରେ ବିଧାନସଭା ନିର୍ବାଚନ, ୩୨ ସଦସ୍ୟ ବିଶିଷ୍ଟ ଗୃହ ଲାଗି ହେବ  ଭୋଟ

ବ୍ୟୁରୋ ରିପୋର୍ଟ: ସିକ୍କିମରେ ଗୋଟିଏ ପର୍ଯ୍ଯାୟରେ ବିଧାନସଭା ନିର୍ବାଚନ। ୩୨ ସଦସ୍ୟ ବିଶିଷ୍ଟ ଗୃହ ଲାଗି ହେବ  ଭୋଟ। ଜୁନ ୨ରେ ଭୋଟ ଗଣତି ହେବ। ଆସନ୍ତା ଜୁନ ୨ରେ ବିଧାନସଭା କାର୍ଯ୍ୟକାଳ ସରୁଥିବା ଦୃଷ୍ଟିରୁ ତା’ପୂର୍ବରୁ ସରିବ ନିର୍ବାଚନ ପ୍ରକ୍ରିୟା । ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା ନେତା ପ୍ରେମ ସିଂ ତାମଙ୍ଗ ମୁଖ୍ଯମନ୍ତ୍ରୀ ଥିବାବେଳେ ପୁଣି ଥରେ ସେ କ୍ଷମତା ଦଖଲ କରିବାକୁ ଆଶାବାଦୀ। ୩୨ ଆସନ ବିଶିଷ୍ଟ ବିଧାନସଭାରେ ଏନଡିଏ ମେଣ୍ଟ ସଦସ୍ୟ ସଂଖ୍ଯା ରହିଛି ୩୦। ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚାର ୧୯ ବିଧାୟକ ଥିବାବେଳେ ବିଜେପିର ଅଛନ୍ତି ୮ ବିଧାୟକ। ବିରୋଧୀ ସିକ୍କିମ ଡେମୋକ୍ରାଟିକ ଫ୍ରଣ୍ଟର ଜଣେ ଓ ସ୍ବାଧୀନ ବିଧାୟକ  ୩ ଜଣ ଅଛନ୍ତି।

ରାଜ୍ଯରେ ମୋଟ ଭୋଟର ସଂଖ୍ୟା ଅଛନ୍ତି ୪  ଲକ୍ଷ ୬୬ହଜାର । ୩୨ ଆସନ ଲାଗି ମୋଟ ପ୍ରାର୍ଥୀ ସଂଖ୍ଯା ଅଛନ୍ତି ୧୪୭। ମଇଦାନରେ ଅଛନ୍ତି ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତାମଙ୍ଗ ଓ ପାଞ୍ଚଥରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିକ୍କିମ ଡେମୋକ୍ରାଟିକ ଫ୍ରଣ୍ଟ ନେତା ପଓ୍ବନ କୁମାର ଚାମଲିଂ । ସୋରେଙ୍ଗ-ଚାକୁଙ୍ଗ ଓ ରେନୋକ ଅର୍ଥାତ୍ ଦୁଇଟି ଆସନରୁ ଲଢୁଛନ୍ତି ମୁଖ୍ୟମନ୍ତ୍ରୀ। ପୋକଲୋକ-କାମରଙ୍ଗ ଆସନରୁ ପବନ କୁମାର ଚାମଲିଂ ଲଢୁଥିବାବେଳେ ନାମଚିଂ-ସିଙ୍ଗଥାଙ୍କ ଆସନରୁ ଲଢୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ କ୍ରିଷ୍ଣା କୁମାରୀ ରାୟ ।

 

 

 

Latest Posts

Don't Miss