ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ମାଡ଼ ମାରି ଲୁଟ୍

ବାଲେଶ୍ୱର: ବାଲେଶ୍ୱର ସୋର ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ପେଟ୍ରୋଲ ପମ୍ପରେ ଲୁଟ୍ । ଟଙ୍କା ଚେଞ୍ଜକୁ ନେଇ ବଚସା ତାପରେ ଭଙ୍ଗାରୁଜା ସହ କର୍ମଚାରୀଙ୍କୁ ମାଡ଼ ମାରିଲେ ଲୁଟେରା । ପୁରା ଲୁଟର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ତେଲ ପକାଇବାକୁ ଆସି ୩ରୁ ଅଧିକ ଯୁବକ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ମାଡ଼ ମାରିବା ସହିତ ଅଫିସରେ ଲାଗିଥିବା କାଚ ଭାଙ୍ଗି ୩୦ ହଜାରରୁ ଉର୍ଦ୍ଧ ଟଙ୍କା ଲୁଟ କରି ନେଇଥିବା ଅଭିଯୋଗ ହୋଇଛି । ୩ ଯୁବକଙ୍କ ଆକ୍ରମଣରେ ପେଟ୍ରୋଲ ପମ୍ପର ଦୁଇ କର୍ମଚାରୀ ଆହତ ହୋଇ ସୋର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସିସିଟିଭି ଯାଞ୍ଚ ସହ ସୋର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।