ଶ୍ରୀଜିଉଙ୍କୁ ସମଲେଇ ଲୋକାର୍ପଣ ପାଇଁ ଦେବ ନିମନ୍ତ୍ରଣ

1 min read

ପୁରୀ: ଜାନୁଆରୀ ୨୭ରେ ହେବ ସମ୍ବଲପୁର ସମଲେଇ ପ୍ରକଳ୍ପର ଲୋକାର୍ପଣ । ଏନେଇ ଶ୍ରୀଜିଉଙ୍କୁ ମିଳିଛି ଦେବ ନିମନ୍ତ୍ରଣ । ମା’ ସମଲେଶ୍ୱରୀ ପୀଠରୁ ଏକ ପ୍ରତିନିଧି ଦଳ ଶ୍ରୀମନ୍ଦିର ଆସି ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ପୂର୍ବରୁ ଭୁବନେଶ୍ବରରେ ଶ୍ରୀଲିଙ୍ଗରାଜଙ୍କୁ ବି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ ସମଲେଇ ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ।

ପରେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ କରି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ । ମାଆଙ୍କ ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ । ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମାଆଙ୍କ ପାଇଁ ସିନ୍ଦୁର ଆସିବ । ରାଜ୍ୟ ସରକାର ମାଆଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି । ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମାଆଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ । ସମସ୍ତଙ୍କ ସହଯୋଗରେ ରୂପାନ୍ତର କାମ ଜାରି ରହିବ ବୋଲି କହିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।