ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ଅପରାହ୍ମ ୫ଟାରୁ ରାତି ୯ଟା ଯାଏଁ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।