ଆସୁଛି ଆଉ ଏକ ଲଘୁଚାପ; ଦକ୍ଷିଣ ଓଡ଼ିଶାରେ ବର୍ଷା ଆଶଙ୍କା, ବଢିବ ଶୀତ
1 min readଭୁବନେଶ୍ୱର: ଆସନ୍ତା ୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଯାହାଫଳରେ ଆସନ୍ତା ୯ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ । ୧୦ ତାରିଖ ବେଳକୁ ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ୨-୩ଡିଗ୍ରୀ କମିବ। ବିଶେଷକରି ପାହାଡ଼ିଆ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ହେବ । ବର୍ତ୍ତମାନ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ରହିଛି।