spot_img

Latest Posts

ବଙ୍ଗୋପସାଗରରେ ଘନୀଭୂତ ହେଲା ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ଘନୀଭୂତ ହେଲା ଲଘୁଚାପ। ସାମାନ୍ୟ ଉତ୍ତରପୂର୍ବ ଦିଗରେ ଗତିକରି ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଳଘୁଚାପ । ତେବେ କାଲି ସକାଳ ସୁଦ୍ଧା ଅବାପାତରେ ପରିଣତ ହେବା ସମ୍ଭାବନା ରହିଛି l ଉତ୍ତର ଓଡିଶା- ପଶ୍ଚିମବଙ୍ଗର କଣ୍ଟାଇ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ଅନୁମାନ କରାଯାଉଛି । ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷା ସମ୍ଭାବନା ରହିଛି। ୨୪ ତାରିଖ ଅପରାହ୍ନରୁ ପାଗରେ ପରିବର୍ତ୍ତନ ଆସିବ। ୨୪ ରାତିରୁ ୨୬ ଅପରାହ୍ନ ଯାଏଁ ଉପକୂଳ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷା ବିସ୍ତାରିତ ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ତଥା ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ। ଉପକୂଳରେ କୋହୋଲା ପାଗ ସହ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ  ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ସହ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରାଯାଇଛି।

Latest Posts

Don't Miss