ବଙ୍ଗୋପସାଗରରେ ଦାନା ବାନ୍ଧିଛି ଆଉ ଏକ ଲଘୁଚାପ: ଦୂର ହୋଇପାରେ ମରୁଡ଼ି ଆଶଙ୍କା

ଭୁବନେଶ୍ୱର: ଚାଷୀଙ୍କ ପାଇଁ ଖୁସି ଖବର  । ବଦଳିପାରେ ମରୁଡ଼ି ପରିସ୍ଥିତି  । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଆଜି ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଯାହା ଘନୀଭୂତ ହୋଇ ଆସନ୍ତାକାଲି ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷାର ପରିମାଣ ବଢିପାରେ । ଏସବୁ ଜିଲ୍ଲା ସମେତ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ବୌଦ୍ଧ, ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏସବୁ ଜିଲ୍ଲାଗୁଡିକୁ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ରାଜ୍ୟରେ ଜୁନ୍ ପହିଲାରୁ ଏବେ ସୁଦ୍ଧା ମୋଟ ୫୯୮ ଦଶମିକ ୬ ମିଲିମିଟର ବର୍ଷା ହୋଇଛି । ଏହି ସମୟରେ ୮୬୯ ମିଲିମିଟର ବର୍ଷା ହେବା କଥା । ରାଜ୍ୟରେ ଏବେ ୩୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ତେବେ ଆଗକୁ ଲଘୁଚାପ ପ୍ରଭାବରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି । ଏହା ଦ୍ୱାରା ନିଅଣ୍ଟିଆ ବର୍ଷା ପୂରଣ ହେବାର ଆଶା ରହିଛି ।

ଏଥିସହିତ ପଢ଼ନ୍ତୁ: ପତ୍ନୀଙ୍କ ସହ ବଳପୂର୍ବକ ଶାରୀରିକ ସମ୍ପର୍କ ଦୁଷ୍କର୍ମ ନୁହେଁ: ଛତିଶଗଡ଼ ହାଇକୋର୍ଟ

Leave a Reply