ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର, ୧୮ ଜିଲ୍ଲାକୁୁ ୟେଲୋ ଆଲର୍ଟ ଜାରି

1 min read

ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ସମୁଦ୍ରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସମ୍ଭାବନା ରହିଛି । ଲଘୁଚାପର ସର୍ବାଧିକ ପ୍ରଭାବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ପଡ଼ିବ । ପ୍ରଭାବରେ ଆଜି ପାଇଁ ୧୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ୯ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ , ଅନୁଗୁଳରେ ବର୍ଷା ହେବ । ୧୨୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ୨୧ତାରିଖରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। କଚ୍ଚା ରାସ୍ତା ଓ ଘର ପ୍ରଭାବିତ ହୋଇପାରେ । ଜଳବନ୍ଦୀ ସ୍ଥିତି ଉପୁଜିପାରେ । ଗତ ୨୪ ଘଣ୍ଟାରେ କେନ୍ଦୁଝର ଝୁମ୍ପୁରାରେ ସର୍ବାଧିକ ୬୭.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି ।