ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

1 min read

ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ପ୍ରଭାବରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।

ତେବେ ବର୍ଷା ପାଇଁ ଆଗାମୀ ୩ ଘଣ୍ଟା ପାଇଁ ଟୁଇନ ସିଟି ସହ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଟୁଇନସିଟି ସହ ଢେଙ୍କାନାଳ, ଅନୁଗୁଳ, ବାଲେଶ୍ବର, ଭଦ୍ରକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବୌଦ୍ଧ, ଯାଜପୁର ଓ ବଲାଙ୍ଗୀରକୁ ବର୍ଷା ସତର୍କତା ଜାରି ହୋଇଛି ।