ଲଘୁଚାପର ରୂପ ନେଲା ସୃଷ୍ଟ ଘୂର୍ଣ୍ଣିବଳୟ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ

1 min read

ଭୁବନେଶ୍ବର: ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରର ମଧ୍ୟଭାଗରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ୨୪ ଘଣ୍ଟାରେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ ।

ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୨୨ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ୮ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି  । ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଢେଙ୍କାନାଳ ଓ କଟକରେ ଭୀଷଣ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି  ।

ସେହିପରି ୧୨ ଜିଲ୍ଲାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଏବଂ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।