ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଘନୀଭୂତ
1 min read
ଭୁବନେଶ୍ୱର : କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ ଘନୀଭୂତ ହୋଇଛି । ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ଆଖପାଖ ଅଞ୍ଚଳରେ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି | ଏହା ଆଗାମୀ ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବା ସହ ଓଡିଶା ଉପକୂଳ ମଧ୍ୟ ଦେଇ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଏବଂ ବଙ୍ଗଳାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି | ଏହା ଆସନ୍ତାକଲି ଅର୍ଥାତ ଗୁରୁବାର ଅବପାତ ରୂପ ହେବ । ଏଥିସହିତ ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ଗଭୀର-ଅବପାତରେ ପରିଣତ ହେବାର ଯଥେଷ୍ଟ ସମ୍ଭାବନା ରହିଛି |