ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ୩୦ ତାରିଖରୁ ବଢ଼ିବ ବର୍ଷା

1 min read

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । କାଲି ଦକ୍ଷିଣ ଚୀନ୍ ସମୁଦ୍ରରୁ ଆଣ୍ଡାମାନ୍ ସାଗରକୁ ପ୍ରବେଶ କରିବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ । ପରେ ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ୩୦ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି । ସେହିଭଳି ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୩୦ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୧ ତାରିଖରୁ ଆହୁରି ବଢିବ ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ । ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।Nowcast Warning: More Rain For Bhubaneswar In 3 Hours - odishabytes

ସାମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଅକ୍ଟୋବର ୩ରୁ ୪ତାରିଖ ପର୍ଯ୍ୟନ୍ତ ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷିବ। ଓଡିଶା ସମେତ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତେଲେଙ୍ଗାନା ଏବଂ କେରଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଇଏମଡିର ବିସ୍ତାରିତ ଆକଳନ ଅନୁସାରେ, ଉତ୍ତର-ପୂର୍ବ ଭାରତରେ ଅକ୍ଟୋବର ଦ୍ବିତୀୟ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ବର୍ଷା । ମେଘାଳୟ, ଆସାମ, ଅରୁଣାଚଳ ପ୍ରଦେଶ, ମିଜୋରାମ, ମଣିପୁର, ନାଗାଲାଣ୍ଡ, ତ୍ରିପୁରା ଏବଂ ସିକିମରେ ବର୍ଷା ହେବ । ପରେ ଆଣ୍ଟିସାଇକ୍ଲୋନିକ ପ୍ରବାହର ଅଗ୍ରଗତି ପ୍ରଭାବରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ ।