୨୪ ଘଣ୍ଟାରେ ଘୁର୍ଣ୍ଣିବଳୟ, ୫ ତାରିଖ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର: ବର୍ଷାରେ ଭିଜିପାରେ ପୂଜା । ରାଜ୍ୟର ବିଭିନ୍ନ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଉତ୍ତର ପୂର୍ବ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ଯାହାଫଳରେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।